🟢 ବ୍ରେକିଂ ନ୍ୟୁଜ

କୋକସରା ବ୍ଲକସ୍ତରୀୟ ‘ସେବାସେତୁ ଅଭିଯାନ’ କାର୍ଯ୍ୟକ୍ରମ, ହିତାଧିକାରୀଙ୍କୁ ବିଭିନ୍ନ ସରକାରୀ ସେବା ପ୍ରଦାନ


କୋକସରା, (ଖବର ଆମର)(ଦୁଷ୍ମନ୍ତ କୁମାର ଗହିର): ସରକାରୀ ଯୋଜନା ଓ ଜନକଲ୍ୟାଣମୂଳକ ସେବାକୁ ସାଧାରଣ ଲୋକଙ୍କ ନିକଟରେ ସହଜରେ ପହଞ୍ଚାଇବା ସହ ଲୋକଙ୍କ ବିଭିନ୍ନ ସମସ୍ୟାର ତ୍ୱରିତ ସମାଧାନ ଲକ୍ଷ୍ୟରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସଭାଗୃହରେ ଶୁକ୍ରବାର ବ୍ଲକସ୍ତରୀୟ ‘ସେବାସେତୁ ଅଭିଯାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଡିଓ ଡ. ହିମାଞ୍ଚଳ ମାଝୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବ୍ଲକର ୨୨ଟି ପଞ୍ଚାୟତରୁ ବହୁ ଜନସାଧାରଣ ଶିବିରରେ ଉପସ୍ଥିତ ରହି ବିଭିନ୍ନ ସରକାରୀ ସେବା ଓ ଯୋଜନା ସମ୍ପର୍କରେ ସୁବିଧା ପାଇଥିଲେ।ଏହି ଅଭିଯାନ ଅଧୀନରେ ଯୋଗ୍ୟ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଏବଂ ବସୁନ୍ଧରା ଯୋଜନାରେ ଘରଡିହ ପ୍ରଦାନ କରାଯାଇଥିଲା। ସରକାରୀ ଯୋଜନାରୁ ଯୋଗ୍ୟ ବ୍ୟକ୍ତି ଯେପରି ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଏଭଳି ଶିବିର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ।‘ସେବାସେତୁ ଅଭିଯାନ’ର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସରକାରୀ ସେବାକୁ ଲୋକଙ୍କ ଦ୍ୱାରଦେଶରେ ପହଞ୍ଚାଇବା, ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନତା ବୃଦ୍ଧି କରିବା, ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରି ସୁବିଧା ପ୍ରଦାନ କରିବା ଏବଂ ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ କରିବା। ଏହା ଫଳରେ ସରକାରୀ କାର୍ଯ୍ୟାଳୟକୁ ବାରମ୍ବାର ଦୌଡ଼ିବାରୁ ଲୋକଙ୍କୁ ଆଶ୍ୱସ୍ତି ମିଳିବା ସହ ପ୍ରଶାସନ ଓ ଜନସାଧାରଣଙ୍କ ମଧ୍ୟରେ ସମନ୍ୱୟ ଦୃଢ଼ ହେବାର ଆଶା ରହିଛି।କାର୍ଯ୍ୟକ୍ରମରେ ତହସିଲଦାର ଚୋଡ଼ଗଙ୍ଗ ପ୍ରଧାନ, କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡ. ତତ୍ତ୍ୱଦର୍ଶୀ ଦାସ, ଜିପିଡିଓ ମିଳୁ ପ୍ରଧାନୀ, ଯୋଗାଣ ନିରୀକ୍ଷକ ଜଗାରାମ ମୁର୍ମୁ, ବିଏସ୍‌ଏସ୍‌ଓ ଲୋକନାଥ ଭାଟିଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ଯୋଗଦେଇଥିଲେ। ଏହାସହ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ପିଇଓ, ଏଡିଓ ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ରହିଥିଲେ।ସରକାରୀ ସେବାକୁ ଅଧିକ ସରଳ, ସ୍ୱଚ୍ଛ ଓ ଲୋକାଭିମୁଖୀ କରିବା ସହ ଜନସାଧାରଣଙ୍କ ସମସ୍ୟାର ସମାଧାନ ଦିଗରେ ‘ସେବାସେତୁ ଅଭିଯାନ’ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ଏହି କାର୍ଯ୍ୟକ୍ରମରୁ ପ୍ରତିଫଳିତ ହୋଇଛି।

କୋକସରାରୁ ବ୍ୟୁରୋ ଚିଫ ଦୁଷ୍ମନ୍ତ କୁମାର ଗହିର ଙ୍କ ରିପୋର୍ଟ "ଖବର ଆମର"

Previous Post Next Post
Magspot Blogger Template

نموذج الاتصال